logo
add image
 ଆଜିଠୁ କାର୍ଯ୍ୟକାରୀ ହେଲା ୫୦ ଶଯ୍ୟା ବିଶିଷ୍ଟ ସ୍ୱତନ୍ତ୍ର ଜିଲ୍ଲା ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର

ଆଜିଠୁ କାର୍ଯ୍ୟକାରୀ ହେଲା ୫୦ ଶଯ୍ୟା ବିଶିଷ୍ଟ ସ୍ୱତନ୍ତ୍ର ଜିଲ୍ଲା ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର

ସୁବର୍ଣ୍ଣପୁର/୧୯ /୧୨ /୨୨/ (ଆଧାର ଓଡିଶା) ସୋନପୁର ସହର ସ୍ଥିତ ଜିଲ୍ଳା ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆଜି ( ତା ୧୯ /୧୨ /୨୨ ) ଠାରୁ ପୂର୍ଣ୍ଣ ମାତ୍ରାରେ ଜନସାଧାରଣଙ୍କୁ ସ୍ୱାସ୍ଥ୍ୟସେବା ପ୍ରଦାନ ନିମନ୍ତେ କାର୍ଯ୍ୟକାରୀ କରାଯାଇଛି l ଏଣୁ ଏଣିକି  ମାତୃ ଓ ଶିଶୁ ସମ୍ୱନ୍ଧୀୟ ସମସ୍ତ ଚିକିତ୍ସା ସେବା ସୁବିଧା ଏହି କେନ୍ଦ୍ରରେ ଜନସାଧାରଣଙ୍କ ନିମନ୍ତେ ଉପଲବ୍ଧ ରହିବ l ପ୍ରକାଶ ଥାଉକି ୨୦୨୨  ଜୁନ ୧୫ତାରିଖରେ ଜିଲ୍ଲାର ଏହି ୫୦ଶଯ୍ୟା ବିଶିଷ୍ଟ ସ୍ୱତନ୍ତ୍ର ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ରର ଲୋକାର୍ପଣ ଜିଲ୍ଲାର ବିଭିନ୍ନ ବରିଷ୍ଠ ପଦାଧିକାରୀଙ୍କ ଉପସ୍ଥିତିରେ ମାନ୍ୟବର ମନ୍ତ୍ରୀ ଅର୍ଥ ଓ ସଂସଦୀୟ ବ୍ୟାପାର, ଓଡିଶା ଶ୍ରୀଯୁକ୍ତ ନିରଞ୍ଜନ ପୂଜାରୀ ଓ ମାନନୀୟା ଲୋକସଭା ସାଂସଦ ବଲାଙ୍ଗୀର ଶ୍ରୀମତୀ ସଂଗୀତା କୁମାରୀ ସିଂହ ଦେଓଙ୍କ କରକମଳରେ ଅନୁଷ୍ଠିତ ହୋଇଥିଲା l ମାତ୍ର ତତ୍କାଳୀନ କୋଭିଡ ମହାମାରୀର ସଂକ୍ରମଣ ଓ ଭୟାବହତା ହେତୁ ଏହି ଚିକିତ୍ସାଳୟ କୋଠାକୁ ସ୍ୱତନ୍ତ୍ର ଭାବେ ଜିଲ୍ଲାର କୋଭିଡ ସଂକ୍ରମିତଙ୍କ ଚିକିତ୍ସା ନିମନ୍ତେ ବ୍ୟବହୃତ କରାଯାଉଥିଲା, ମାତ୍ର ବର୍ତ୍ତମାନ କୋଭିଡ ପରିସ୍ଥିତିରେ ବିଶେଷ ସୁଧାର ଆସିଥିବାରୁ ଏହି କେନ୍ଦ୍ରକୁ ପୂର୍ଣ୍ଣ ରୂପରେ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ ସେବାପାଇଁ ଉପଲବ୍ଧ କରାଯାଇଥିବା ଜିଲ୍ଳା ପ୍ରଶାସନ ତରଫରୁ ସୂଚୀତ କରାଯାଉଛି l ଜିଲ୍ଲାର ଜନସାଧାରଣ ଏହାର ସୁଯୋଗ ନେବାକୁ ଅନୁରୋଧ l    (ରିପୋର୍ଟ-ଯୁଧିଷ୍ଠିର ସାହୁ )  

Recent Comments

Leave Comments

Top