logo
add image
 ଗ୍ରୀଷ୍ମପ୍ରବାହ ମୁକାବିଲା ନେଇ ଭର୍ଚୁଆଲ ମାଧ୍ୟମରେ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ l

ଗ୍ରୀଷ୍ମପ୍ରବାହ ମୁକାବିଲା ନେଇ ଭର୍ଚୁଆଲ ମାଧ୍ୟମରେ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ l

ରାୟଗଡ଼ା/୧୧/୦୩/୨୨/ ( ନ୍ୟୁଜ ଆଧାର ଓଡିଶା) ରାୟଗଡ ଜିଲ୍ଲାରେ  ଗ୍ରୀଷ୍ମ ପ୍ରବାହରେ ସତର୍କ ରହିବା ଓ ଅଂଶୁଘାତ ପାଇଁ ଏକ ପ୍ରସ୍ତୁତି ବୈଠକ ଭର୍ଚୁଆଲ ମାଧ୍ୟମରେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ମିଶ୍ରଙ୍କ  ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଚଳିତ ମାର୍ଚ୍ଚ, ଏପ୍ରିଲ ଓ ମେ ମାସରେ ଗ୍ରୀଷ୍ମ ପ୍ରବାହ ଅଂଶୁଘାତ ନିୟନ୍ତ୍ରଣ ପାଇଁ କିପରି ପ୍ରସ୍ତୁତି ହେବା ଆବଶ୍ୟକ ସେ ବିଷୟରେ ଜିଲ୍ଲାର ବିଭିନ୍ନ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ । ଚଳିତ ବର୍ଷର ପ୍ରଥମାର୍ଦ୍ଧରୁ ହିଁ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜିଲ୍ଲାରେ ଆରମ୍ଭ ହୋଇଥିବା ବେଳେ ଆଗକୁ ଏହା ଆହୁରି ତୀବ୍ର ରୂପ ନେବାର ଆଶଙ୍କl ରହିଛି । ତେଣୁ ବିଭିନ୍ନ ସମୟରେ ଅଂଶୁଘାତ ହୋଇ ଜୀବନ ପ୍ରତି ବିପଦ ମଧ୍ୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ତେଣୁ ସ୍ୱାସ୍ଥ୍ୟ ବିଭାଗକୁ ଉପଯୁକ୍ତ ପରିମାଣ ଓଆର୍‍ଏସ୍‍ ପ୍ୟାକେଟ ଓ ଔଷଧ ମହଜୁଦ ରଖିବା ସହିତ ସଜାଗ ରହିବାକୁ କୁହାଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ମଧ୍ୟରେ ଏକ ସ୍ୱତନ୍ତ୍ର ଅଂଶୁଘାତ କକ୍ଷ କରାଯିବା ସହ ଅଂଶୁଘାତ ରୋଗୀଙ୍କ ପାଇଁ ସମସ୍ତ ପ୍ରକାର ଆଶୁ ଚିକିତ୍ସା ବ୍ୟବସ୍ଥାକୁ ତ୍ୱରାନ୍ୱିତ କରିବା ପାଇଁ କୁହାଯାଇଥିଲା । ସେହିପରି ବିଭିନ୍ନ ଗ୍ରାମାଞ୍ଚଳ, ପୌର ପରିଷଦ, ବ୍ଲକ, ଏନ୍‍ଏସି ପକ୍ଷରୁ ଜଳଛତ୍ର ଖୋଲାଯିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲାର ସମସ୍ତ ଗ୍ରାମରେ ଜଳକ୍ଳିଷ୍ଟ  ସ୍ଥାନ ଗୁଡିକରେ ପାନୀୟ ଜଳ ବ୍ୟବସ୍ଥା କରାଯିବl ନିମନ୍ତେ ଜିଲା ଗ୍ରାମୀୟ ଜଳଯୋଗାଣ  ସଂସ୍ଥାକୁ କୁହାଯାଇଛି  । ଖରାପ ନଳକୂଅ ତୁରନ୍ତ ମରାମତି କରିବାକୁ କୁହାଯାଇଛି । ସେହିପରି ମଧ୍ୟାହ୍ନ ସମୟରେ ବାହାରେ ବୁଲିବା ବେଳେ ପାଣି ବୋତଲ, ଛତା, ଟୋପି ତଥା ଓଦା କପଡା ଇତ୍ୟାଦି ମୁଠରେ ପକାଇ ଯାତାୟାତ କରିବା ଏବଂ ଏନେଇ ଜିଲ୍ଲାର ସମସ୍ତ ଜନସାଧାରଣଙ୍କୁ ବ୍ୟାପକ ସଚେତନ କରାଇବାକୁ ମଧ୍ୟ ବିଭିନ୍ନ ବ୍ୟବସ୍ଥା ପାଇଁ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା । ସ୍ବେଛାସେବୀ ଅନୁଷ୍ଠାନ, ପଂଚାୟତ ଜନପ୍ରତିନିଧି ମାନଙ୍କୁ ନେଇ ଜନ ସଚେତନତା କରିବା ପାଇଁ କୁହାଯାଇଛି l ଗ୍ରୀଷ୍ମ ଦିନରେ ବିଶେଷ କରି ପାନୀୟଜଳ ସମସ୍ୟା ଯେପରି ନ ଉପୁଜେ, ବିଦ୍ୟୁତ ବିଭ୍ରାଟ ନ ହେବ, ପଶୁମାନଙ୍କ ଯତ୍ନ ନେବା, ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଗାଉଡ୍‍ ଲାଇନ୍‍ ଅନୁଯାୟୀ ସକାଳ ସମୟରେ ଖୋଲିବା, ଜୀବନ ରକ୍ଷକ ଔଷଧ ମହୁଜୁଦ ରଖିବା  ଶ୍ରମିକମାନଙ୍କ କାର୍ଯ୍ୟ ସମ୍ପାଦନ କ୍ଷେତ୍ରରେ ସମୟ ସାରଣୀ ପରିବର୍ତ୍ତନ କରିବା, ଜଙ୍ଗଲ ସୁରକ୍ଷା ଇତ୍ୟାଦି ଦୃଷ୍ଟି ଦେବାକୁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି । ଯାତ୍ରୀବାହୀ ବସ ଯାତାୟତ କରିବା ସମୟ ଓ ଶ୍ରମିକ ମାନଙ୍କ କାର୍ଯ୍ୟରେ ପରିବର୍ତ୍ତନ କରିବାକୁ କୁହାଯାଇଛି l ବନ୍ୟଜନ୍ତୁନ୍କ ନିମନ୍ତେ ପିଇବା ପାଣି ବ୍ୟବସ୍ଥା କରିବାକୁ ବନ ବିଭାଗ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି l  ସେହିପରି ଅଂଶୁଘାତରେ କାହାର ମୃତ୍ୟୁ ହୁଏ ତେବେ ତୁରନ୍ତ ରିପୋର୍ଟ ପ୍ରଦାନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଏହି ବୈଠକରେ ଜିଲ୍ଲା ଗ୍ରାମୀୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ,  ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଉପଜିଲ୍ଲାପାଳ ରାୟଗଡ ଓ ଗୁଣପୁର, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ଗୋଷ୍ଠୀ ଉନ୍ନୟନ ଅଧିକାରୀ,ତହସିଲଦାର ମାନେ ଉପସ୍ଥିତ ଥିଲେ ।
                                 ରିପୋର୍ଟ-ସହଦେଵ ସାହୁ
                                                                              

Recent Comments

Leave Comments

Top